ଆସନ୍ତା ୨୪ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା

Aug 12, 2023 - 16:15
Aug 12, 2023 - 16:16
 0  97
ଆସନ୍ତା ୨୪ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୪ ଜିଲ୍ଲାକୁ ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି । ଏ ନେଇ ଉକ୍ତ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।  ମୟୁରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ତେବେ ମୟୁରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝରରେ ବର୍ଷାର ପରିମାଣ ସାମାନ୍ୟ ଅଧିକ ରହିବ ବୋଲି ପାଣିପଗ ବିଭାଗ ଆକଳନ କରିଛି।

 ସେଥିପାଇଁ ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

What's Your Reaction?

like

dislike

love

funny

angry

sad

wow