ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା

Sep 2, 2023 - 16:08
 0  13
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା

ଓ.ଏନ.ଟି ବ୍ୟୁରୋ : ବଙ୍ଗୋପସାଗରରେ ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ । ଆଉ କିଛି ଘଣ୍ଟା ପରେ ଲଘୁଚାପର ରୂପ ନେବାର ସୂଚନା ରହିଛି । ପ୍ରଭାବରେ ୩ ଓ ୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ଶନିବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ୩ ତାରିଖରେ ଉପକୂଳ ଓଡ଼ିଶା ସମେତ ଅଧିକାଂଶ ଜିଲ୍ଲା, ୪ ତାରିଖରେ ଅଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲା ଓ ୫ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲା‌ରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ତ୍ତମାନ ଦକ୍ଷିଣ ଛତିଶଗଡ଼ ଓ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସହ ଏକ ନିମ୍ନଚାପ ରେଖା ଆନ୍ଧ୍ର ପ୍ରଦେଶ ପର୍ୟ୍ୟନ୍ତ ଲମ୍ବିଥିବାରୁ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷାର ସମ୍ଭାବନା ରହିଛି ।

What's Your Reaction?

like

dislike

love

funny

angry

sad

wow