ରାୟଗଡ଼ା ରେଳମଣ୍ଡଳର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Jan 6, 2025 - 12:48
Jan 8, 2025 - 12:49
 0  4
ରାୟଗଡ଼ା ରେଳମଣ୍ଡଳର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ରାୟଗଡ଼ା (ଓଏନଟି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାୟଗଡ଼ା ରେଳ ମଣ୍ଡଳ ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିଛନ୍ତି। ରାୟଗଡା ରେଳ ମଣ୍ଡଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହ ଓଡ଼ିଶାର ରାୟାଗଡାଠାରେ ଅନୁଷ୍ଠିତ ହେଉଛି ଏବଂ ପ୍ରଧାନମନ୍ତ୍ରୀ ଜାମ୍ମୁରୁ ଭିଡିଓ କନଫରେନସିଂ ମାଧ୍ୟମରେ ଅଂଶଗ୍ରହଣ କରିଛନ୍ତି। କେନ୍ଦ୍ର ରେଳ, ସୂଚନା ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଜାମ୍ମୁ ଠାରେ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଛନ୍ତି।

ରାୟଗଡ଼ା ରେଳ ମଣ୍ଡଳ ମୁଖ୍ୟାଳୟ ଭବନର ନିର୍ମାଣ ପାଇଁ ପ୍ରକଳ୍ପର ଆନୁମାନିକ ମୂଲ୍ୟ ୧୦୭ କୋଟି ଟଙ୍କା। ଏହି ମହତ୍ୱପୂର୍ଣ୍ଣ ପ୍ରକଳ୍ପରେ ସ୍ଥାନୀୟ ଅଞ୍ଚଳର ରେଳ ଭିତ୍ତିଭୂମି ବୃଦ୍ଧି ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଅନେକ ପ୍ରମୁଖ ଉପାଦାନ ଅନ୍ତର୍ଭୂକ୍ତ ହେବ। 

ରାୟଗଡାଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝି ଏବଂ ରେଳବାଇ ଓ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟୁ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସାଂସଦ ବଳଭଦ୍ର ମାଝୀ, ପ୍ରଦୀପ ପାଣିଗ୍ରାହୀ ଓ ସପ୍ତଗିରି ଉଲ୍ଲାକାଙ୍କ ସମେତ ଦକ୍ଷିଣ ଓଡ଼ିଶାର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଛନ୍ତି। 

What's Your Reaction?

like

dislike

love

funny

angry

sad

wow